ଅକ୍ଷୟ ତୃତୀୟା ଓ କୃଷକ ଦିବସରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର –ଆଜି ପବିତ୍ର ଅକ୍ଷୟ ତୃତୀୟା ତଥା କୃଷକ ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ଚାଷୀମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ ବୋଲି ଆଶା ପ୍ରକାଶ କରିଛନ୍ତି ନବୀନ । ଚଳିତ ବର୍ଷ ଭଲ ଫସଲ ଅମଳ ଚାଷୀଙ୍କ ସୁଖ ଓ ସମୃଦ୍ଧିର ଧାରାକୁ ଆହୁରି ତ୍ୱରାନ୍ୱିତ କରୁ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.