ଅଭିନେତା ରବି ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର -ବିଶିଷ୍ଟ ଅଭିନେତା ରବି ମିଶ୍ରଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି ଯେ, ରବି ମିଶ୍ର ନିଖୁଣ ଅଭିନୟ ଦ୍ୱାରା ଅନେକ ଲୋକପ୍ରିୟ ଚଳଚ୍ଚିତ୍ର ଓ ଧାରାବାହିକରେ ନିଜ ଛାପ ଛାଡିଯାଇଛନ୍ତି । ଏହା ତାଙ୍କୁ ସର୍ବଦା ସ୍ମରଣୀୟ ରଖିବ । ସେ ସ୍ୱର୍ଗତଃ ରବି ମିଶ୍ରଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରରୁ ସମବେଦନା ଜଣାଇଛନ୍ତି ।

Comments are closed.