ଭୁବନେଶ୍ୱର- ଆଜି ଗଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସ୍ୱାଧୀନତା ସଂଗ୍ରାମୀ ବୀର ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ନିଜ ଗଣତନ୍ତ୍ର ଦିବସ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ଆଜି ଦେଶର ବିକାଶ ମାନଚିତ୍ରରେ ନିଜର ସ୍ଥିତି ମଜବୁତ କରିପାରିଛି । ରାଜ୍ୟରେ ଜଳସେଚନ କ୍ଷମତା ବଢିବା ସହ କୃଷି ଉତ୍ପାଦନ ବଢିଛି । ଚାଷୀର ରୋଜଗାର ବଢିଛି । ରାଜ୍ୟକୁ ନୂଆ ନୂଆ ପୁଞ୍ଜି ଆସିଛି । ଭିତ୍ତିଭୂମିର ବିକାଶ ଅର୍ଥନୀତିକୁ ଚଳଚଚଂଳ କରିବାକୁ ସୁଯୋଗ ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଖାଦ୍ୟ ସୁରକ୍ଷାଠାରୁ ଆରମ୍ଭ କରି ସାମାଜିକ ସୁରକ୍ଷା ଯାଏଁ ଆମର ସବୁ କଲ୍ୟାଣ କାର୍ଯ୍ୟକ୍ରମ ଲୋକଙ୍କ ମୁହଁରେ ହସ ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଓଡିଶା କୋରୋନା ମହାମାରୀକୁ ସଫଳତାର ସହ ନିୟନ୍ତ୍ରଣ କରିପାରିଛି । ଏହି ଅବସରରେ କୋଭିଡ ଯୋଦ୍ଧାମାନଙ୍କର ତ୍ୟାଗ ଓ ସେବାକୁ ସେ ଶ୍ରଦ୍ଧାର ସହ ସ୍ମରଣ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଟିକା ଆସିଥିଲେ ବି କୋଭିଡ ଗାଇଡଲାଇନ୍ସ କଡାକଡି ଭାବରେ ପାଳନ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ନବୀନ ।