ରାଜ୍ୟରେ ଗତ ୨୪ ଘଂଟାରେ ୩ ଶହ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଆଉ ୩ ଶହ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟାରେ ସଂଗରୋଧରୁ ୧୭୪ ଓ ସ୍ଥାନୀୟ ଅଂଚଳରୁ ୧୨୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ୪୪, ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୪, କଟକରୁ ୨୦, ପୁରୀରୁ ୧୯, ମୟୂରଭଞ୍ଜରୁ ୧୭,ସମ୍ବଲପୁରରୁ ୧୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୪ ନୂଆ ଆକ୍ରାନ୍ତ ।

ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୩୮୯ ହୋଇଥିବା ବେଳେ ୩ ଲକ୍ଷ ୧୯ ହଜାର ୪୫୮ ଜଣ ସୁସ୍ଥ ହୋଇଛନ୍ତି । ୩ ହଜାର ୬୩ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

Comments are closed.