ରାଜ୍ୟରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା ୫ ଲକ୍ଷ ପାର୍‌, ଦିନକରେ ରେକର୍ଡ ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ | News Room Odisha

ରାଜ୍ୟରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା ୫ ଲକ୍ଷ ପାର୍‌, ଦିନକରେ ରେକର୍ଡ ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ

ଭୁବନେଶ୍ୱର- ରାଜ୍ୟରେ ପୁଣି ୧୦ ହଜାର ଟପିଛି ଦୈନିକ କୋରୋନା ସଂକ୍ରମଣ । ଦିନକରେ ଚିହ୍ନଟ ହୋଇଛନ୍ତି ୧୦ ହଜାର ୫୨୧ ନୂଆ ପଜିଟିଭ । ଏହା ରାଜ୍ୟରେ ସର୍ବାଧିକ ଦୈନିକ ସଂକ୍ରମଣ । ସଂଗରୋଧରୁ ୫ ହଜାର ୯୪୫ ଓ ସ୍ଥାନୀୟ ଅଂଚଳରୁ ୪ ହଜାର ୫୭୬ ରୋଗୀ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୪୭୭ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡରୁ ୧ ହଜାର ୧୮୬ ଓ କଟକରୁ ୯୬୩ ପଜିଟିଭ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୫୭୧, ବରଗଡରୁ ୫୪୩, ସମ୍ବଲପୁରରୁ ୪୬୦, ନବରଙ୍ଗପୁରରୁ ୪୦୪, ଅନୁଗୁଳରୁ ୩୮୮, ଯାଜପୁରରୁ ୩୭୩, ପୁରୀରୁ ୩୧୯, ଝାରସୁଗୁଡାରୁ ୩୧୪, ବଲାଙ୍ଗୀରରୁ ୩୧୪, ନୂଆପଡାରୁ ୩୦୪, ମୟୂରଭଞ୍ଜରୁ ୨୮୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟ ଜିଲ୍ଲାମାନଙ୍କ ମଧ୍ୟରେ ବୌଦ୍ଧରୁ ୨୫୦, ନୟାଗଡରୁ ୨୨୪, ଜଗତସିଂହପୁରରୁ ୨୧୭, ଗଞ୍ଜାମରୁ ୧୯୬, କେନ୍ଦୁଝରରୁ ୧୯୪, କୋରାପୁଟରୁ ୧୮୨, ଭଦ୍ରକରୁ ୧୫୮, ରାୟଗଡାରୁ ୧୪୦, କେନ୍ଦ୍ରାପଡାରୁ ୧୨୧, ଗଜପତିରୁ ୧୧୩, ସୋନପୁରରୁ ୧୧୨, ବାଲେଶ୍ୱରରୁ ୯୭, ଦେବଗଡ ଓ ଢେଙ୍କାନାଳରୁ ୮୮ ଲେଖାଏଁ, ମାଲକାନଗିରିରୁ ୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କୋରୋନାରେ ଆଉ ୧୭ ଜଣଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ୨ ହଜାର ୧୨୧କୁ ବୃଦ୍ଧି ପାଇଛି ।

ରାଜ୍ୟରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା ୫ ଲକ୍ଷ ୧୬୨କୁ ବୃଦ୍ଧି ପାଇଥିବା ବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୧୫ ହଜାର ୪୦୩ ରୋଗୀ । ୮୧ ହଜାର ୫୮୫ ରୋଗୀ ଏବେ ବି ଚିକିତ୍ସାଧୀନ ଅଛନ୍ତି ।