ହରେକୃଷ୍ଣ ମହତାବଙ୍କ ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ସଂସ୍କରଣ ଉନ୍ମୋଚନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ – ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ରଚିତ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁଦିତ ସଂସ୍କରଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉନ୍ମୋଚନ କରିବେ । ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟରରେ ଏହି ପୁସ୍ତକ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହେବ ।

ଓଡ଼ିଆ ସହ ପୂର୍ବରୁ ଇଂରାଜୀ ଭାଷାରେ ‘ଓଡ଼ିଶା ଇତିହାସ’ ପ୍ରକାଶିତ ହୋଇଛି । ଶଙ୍କରଲାଲ ପୁରୋହିତ ଏହି ଗ୍ରନ୍ଥର ହିନ୍ଦୀ ଅନୁବାଦ କରିଛନ୍ତି । ଶୁକ୍ରବାର ଆମ୍ବେଦକର ଇଣ୍ଟରନ୍ୟାସନାଲ ସେଣ୍ଟରରେ ପ୍ରଧାନମନ୍ତ୍ରୀ ‘ଓଡ଼ିଶା ଇତିହାସ’ର ହିନ୍ଦୀ ଅନୁଦିତ ସଂସ୍କରଣ ଉନ୍ମୋଚନ କରିବେ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ବିଜେଡି ନେତା ତଥା କଟକ ସାଂସଦ ଭର୍ତ୍ତୃହରି ମହତାବ ମଧ୍ୟ ଉପସ୍ଥିତ ରହିବେ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଜାରି ଏକ ପ୍ରେସ ବିବୃତିରେ କୁହାଯାଇଛି । ମହତାବ ଫାଉଣ୍ଡେସନ ତରଫରୁ ଏହି ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି ।

Comments are closed.