ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ନେଇ ଜାନୁୟାରୀ ୩୧ ସୁଦ୍ଧା ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ – କଣ୍ଟେନମେଣ୍ଟ ଜୋନକୁ ଛାଡ଼ି ଦେଶର ଅନ୍ୟ ସବୁ ସ୍ଥାନରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ନେଇ ଜାନୁୟାରୀ ୩୧ ସୁଦ୍ଧା ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ବୁଧବାର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦେଇଛନ୍ତି । ଏଡାଛଡ଼ା ଜାତୀୟ ଖାଦ୍ୟ ନିରାପତ୍ତା ଆଇନ ଅଧୀନରେ ଗର୍ଭବତୀ ମହିଳା ଓ ପୁଷ୍ଟିହୀନତାର ଶିକାର ଶିଶୁମାନଙ୍କୁ ପୁଷ୍ଟିକର ଖାଦ୍ୟ ଯୋଗାଇବାକୁ ଜଷ୍ଟିସ୍ ଅଶୋକ ଭୂଷଣଙ୍କ ନେତୃତ୍ୱାଧୀନ ଏକ ଖଣ୍ଡପୀଠ ଆଦେଶ ଦେଇଛନ୍ତି । ଏହି ପ୍ରସଙ୍ଗରେ ଜାନୁୟାରୀ ୩୧ ସୁଦ୍ଧା ନିଷ୍ପତ୍ତିି ନେବାକୁ କୋର୍ଟ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରାଳୟକୁ ବି ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ ।

ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ ପୂର୍ବରୁ ସମ୍ପୃକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସେମାନଙ୍କ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ପରାମର୍ଶ ନେବେ । କୌଣସି ଅଘଟଣକୁ ଏଡାଇବା ପାଇଁ ସବୁ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯିବା ଉଚିତ ବୋଲି କୋର୍ଟ କହିଛନ୍ତି । ଦେଶରେ ସବୁ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବା ପାଇଁ ମହାରାଷ୍ଟ୍ରର ଜଣେ ସ୍ୱେଚ୍ଛାସେବୀ ଦୀପିକା ଜଗତରାମ ସାହାନୀଙ୍କ ଦ୍ୱାରା ଦାୟର ଜନସ୍ୱାର୍ଥ ମାମଲାର ଶୁଣାଣି କରି କୋର୍ଟ ଏହି ଆଦେଶ ଦେଇଛନ୍ତି । ଦେଶରେ କୋଭିଡ୍‌-୧୯ ବ୍ୟାପିବା ପରଠୁ ଦେଶସାରା ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିଛି ।

Comments are closed.