ଉମରକୋଟ ସେତୁ ଭୁଶୁଡିବା ଘଟଣାରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଗିରଫ

ନବରଙ୍ଗପୁର – ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଅନ୍ତର୍ଗତ ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣାରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଅସିତ ପାତ୍ରଙ୍କୁ ଗିରଫ କରାଯାଇଛି । ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଏହି ଘଟଣା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ନିର୍ଦ୍ଦେଶ ଦେଇଥିଲେ ।

ଏହା ପରେ ଉମରକୋଟ ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାମଲ ଠିକାଦାର ଆଶିଷ ବିଶ୍ୱାଳ, କନିଷ୍ଠ ଯନ୍ତ୍ରୀ ନିରଞ୍ଜନ ସାହୁ, ସହକାରୀ ନିର୍ବାହୀ ଯନ୍ତ୍ରୀ ଅସିତ କୁମାର ପାତ୍ରଙ୍କ ବିରୋଧରେ ଥାନାରେ ଏତଲା ଦାୟର କରିଥିଲେ । ଅସିତ ପାତ୍ରଙ୍କୁ ଗିରଫ କରାଯାଇଥିବା ନେଇ ନବରଙ୍ଗପୁର ପୋଲିସ ସୂଚନା ଦେଇଥିଲା । ଗତମାସରେ ନିର୍ମାଣାଧୀନ ସେତୁ ଭୁଶୁଡି ପଡିବା ଯୋଗୁଁ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଥିଲା । ଆଉ କିଛି ଆହତ ହୋଇଥିଲେ ।

Comments are closed.