ଓଡିଶାରେ ଜାତୀୟ ରାଜପଥ ଓ ଅନ୍ୟାନ୍ୟ ପ୍ରକଳ୍ପ ନେଇ କେନ୍ଦ୍ର ମନ୍ତ୍ରୀ ଗଡକରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର/ନୂଆଦିଲ୍ଲୀ – ଓଡିଶାରେ ଜାତୀୟ ରାଜପଥ ଓ ବିଭିନ୍ନ ପ୍ରକଳ୍ପକୁ ନେଇ ୩ କେନ୍ଦ୍ରମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରିଛନ୍ତି । ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଭୂପୃଷ୍ଠ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ସହ ଆଲୋଚନା କରିଛନ୍ତି । ଗଡକରୀଙ୍କ ନୂଆଦିଲ୍ଲୀ ବାସଭବନରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜେନେରାଲ ବିଜୟ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ ।

ପାରାଦୀପରୁ ବଡବିଲ ପର୍ଯ୍ୟନ୍ତ ରାସ୍ତା ୮ ଲେନ ବିଶିଷ୍ଟ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀଙ୍କ ମଧ୍ୟରେ ଆଲୋଚନା ପରେ ଏହି ନିଷ୍ପତି ହୋଇଛି ।

Comments are closed.