କଟକରେ ନେତାଜୀ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ, ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ କଲେ ନବୀନ | News Room Odisha

କଟକରେ ନେତାଜୀ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ, ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ କଲେ ନବୀନ

କଟକ – ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଓଡିଆ ବଜାର ସ୍ଥିତ ନେତାଜୀଙ୍କ ପୈତୃକ ବାସଭବନ ଯାଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ପରେ ମୁଖ୍ୟମନ୍ତ୍ରୀ କଟକ ଖାନନଗରରେ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଭାଷଣ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କଟକରେ ଅନ୍ତର୍ଜାତୀୟ ସ୍ତରର ବସ୍ ଟର୍ମିନାଲ ନିର୍ମାଣ ହେବ । ଟର୍ମିନାଲରେ ନେତାଜୀଙ୍କ ଜୀବନୀ ଓ ଆଦର୍ଶ ବାବଦରେ ଜଣାଯିବ । ନେତାଜୀଙ୍କ ଆଦର୍ଶର ପ୍ରଚାର ପାଇଁ ଏଠାରେ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

CM Naveen Patnaik