କରୋନା ଅପଡେଟ୍‌: ଦେଶରେ ଆଉ ୧୨,୪୦୮ ଆକ୍ରାନ୍ତ, ୧୨୦ ମୃତ

ନୂଆଦିଲ୍ଲୀ – ଦେଶରେ ଗତ ୨୪ ଘଣ୍ଟାରେ ଆଉ ୧୨,୪୦୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ଏହି ରୋଗରେ ୧୨୦ ଜଣଙ୍କ ମୃତ୍ୟୁ ହୋଇଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ମୁତାବକ ଦେଶରେ ଏଯାବତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮ ଲକ୍ଷ ୨୫୯୧କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୧ଲକ୍ଷ ୫୪ ହଜାର ୨୮୩ ଜଣଙ୍କ ମୃତ୍ୟୁ ହୋଇଛି । ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୧କୋଟି ୪ ଲକ୍ଷ ୯୬ ହଜାର ୩୦୮ରେ ପହଞ୍ଚିଛି । ଏବେ ଦେଶରେ କେବଳ ୧ ଲକ୍ଷ ୫୧ ହଜାର ୪୬୦ ସକ୍ରିୟ ମାମଲା ବା ଚିକିତ୍ସାଧୀନ ରୋଗୀ ଅଛନ୍ତି ।

କରୋନା ବିରୋଧରେ ଭାରତରେ ଗତ ଜାନୁୟାରୀ ୧୬ରୁ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା । ଏ ପର୍ଯ୍ୟନ୍ତ ଦେଶରେ ୪୯ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ କରୋନା ଟିକା ଦିଆଯାଇଛି ।

Comments are closed.