କରୋନା ଅପଡେଟ୍ – ୨୦ ହଜାର ନୂଆ ରୋଗୀ, ସୁସ୍ଥ ସଂଖ୍ୟା କୋଟିଏ

ନୂଆଦିଲ୍ଲୀ – ଦେଶରେ ଗତ ୨୪ ଘଣ୍ଟାରେ ଆଉ ୨୦,୩୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମହାମାରୀରେ ଆଉ ୨୨୨ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୯,୮୫୭ ଲୋକ ସୁସ୍ଥ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ମୁତାବକ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩ ଲକ୍ଷ ୯୫ ହଜାରକୁ ବୃଦ୍ଧି ପାଇଛି । ଏଯାବତ୍ ୧ ଲକ୍ଷ ୫୦ ହଜାର ୩୩୬ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧ କୋଟି ୧୬ ହଜାର ଲୋକ ସୁସ୍ଥ ହୋଇସାରିଛନ୍ତି । ଦେଶରେ ଏବେ କେବଳ ୨ଲକ୍ଷ ୨୮ ହଜାର ସକ୍ରିୟ ମାମଲା ବା ଚିକିତ୍ସାଧୀନ ରୋଗୀ ରହିଛନ୍ତି । ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର) ଅନୁସାରେ ଦେଶରେ ଏଯାବତ ଦେଶରେ ୧୭ କୋଟି ୮୪ ଲକ୍ଷ ନମୁନା ପରୀକ୍ଷା କରାଯାଇଛି ।

Comments are closed.