କୋରୋନା ପାଇଁ ସତର୍କ ରହିବାକୁ ରାଜ୍ୟବାସୀଙ୍କୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର-୮ଟି ରାଜ୍ୟରେ କୋରୋନା ସ୍ଥିତି ପୁଣି ବିଗିଡି ଯାଇଥିବାରୁ ଓଡିଶା ପ୍ରତି ମଧ୍ୟ ଆହ୍ୱାନ ସୃଷ୍ଟି ହୋଇଛି । ଏଥିପାଇଁ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅପିଲ କରିଛନ୍ତି ।

ଆଜି ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ମଧ୍ୟ ରାଜ୍ୟବାସୀଙ୍କୁ ସତର୍କ ରହିବା ପାଇଁ ପୁଣି ନିବେଦନ କରିଛନ୍ତି । ଅନ୍ୟ ରାଜ୍ୟରେ ସ୍ଥିତି ବିଗିଡିଛି । ଓଡିଶା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ନବ ଦାସ କହିଛନ୍ତି ।ସଚେତନତା ସୃଷ୍ଟି ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି । ଅଧିକରୁ ଅଧିକ ଲୋକଙ୍କ କୋଭିଡ ଟେଷ୍ଟ କରିବାକୁ ମଧ୍ୟ କୁହାଯାଇଛି ବୋଲି ସେ ସୂଚନା ଦେଇଛନ୍ତି । କୋଭିଡ ନିୟମ ସମସ୍ତେ କଡାକଡି ଭାବେ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ।

 

Comments are closed.