ଗଂଜାମ ଜିଲ୍ଲାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ଗୁଳି କରି ହତ୍ୟା

ବ୍ରହ୍ମପୁର- ଗଂଜାମ ଜିଲ୍ଲାରେ ଜଣେ ପୂର୍ବତନ ବ୍ଲକ୍ ଅଧ୍ୟକ୍ଷଙ୍କୁ ହତ୍ୟା । ଜିଲ୍ଲାର ବେଗୁନିଆପଡାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦେବରାଜ ସାହୁଙ୍କୁ ଗୁଳି କରି ହତ୍ୟା କରାଯାଇଛି । ସୁମଣ୍ଡଳ ଗାଁ ଛକରେ ଚା ପିଉଥିବା ସମୟରେ ତାଙ୍କ ଉପରକୁ ଗୁଳିମାଡ ହୋଇଥିଲା । ଏକ କାର୍‌ରେ ୩ ଜଣ ଦୁର୍ବୃତ୍ତଆସି ତାଙ୍କ ଉପରକୁ ଗୁଳି ଚଳାଇ ଫେରାର ହୋଇଯାଇଥିଲେ । ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାସ୍ଥଳରେ ପହଂଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ଘଟଣାକୁ ନେଇ ସ୍ଥାନୀୟ ଅଂଚଳରେ ଉତ୍ତେଜନା ପ୍ରକାଶ ପାଇଛି । ତ୍ତ

Comments are closed.