ଗ୍ୱାଲିୟରରେ ବସ୍‌-ଅଟୋ ଧକ୍କା, ୧୩ ମୃତ

ଗ୍ୱାଲିୟର – ମଧ୍ୟ ପ୍ରଦେଶର ଗ୍ୱାଲିୟରରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ୧୩ ଜଣ ଲୋକ ପ୍ରାଣ ହରାଇଛନ୍ତି । ଗ୍ୱାଲିୟରର ପୁରୁଣା ଛାୱନି ଅଞ୍ଚଳରେ ଏକ ଯାତ୍ରୀବାହୀ ବସ୍ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ମୃତକଙ୍କ ମଧ୍ୟରେ ୧୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି ।

ରାଜ୍ୟ ସରକାର ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କା ଓ ଆହତ ମାନଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ଏହି ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।

Comments are closed.