ଜିଲ୍ଲାପାଳମାନଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ଆଲୋଚନା, ସରକାରୀ ସେବା ଉପରେ ଲୋକଙ୍କ ଆସ୍ଥା ବୃଦ୍ଧି ନେଇ ଗୁରୁତ୍ୱ

ଭୁବନେଶ୍ୱର- ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲା ପରେ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ପ୍ରଥମ ଥର ପାଇଁ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି । ଭିଡିଓ କନ୍‌ଫରେନସିଂ ଜରିଆରେ ମୁଖ୍ୟ ଶାସନ ସଚିବ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରି ସରକାରୀ ସେବା ଉପରେ ଲୋକଙ୍କ ଆସ୍ଥା ବୃଦ୍ଧି ଉପରେ ଗୁରୁତ୍ୱାରୋପ କରିଥିଲେ । ସ୍ୱଚ୍ଛ, ନିରପେକ୍ଷ ଓ ସମୟାନୁବନ୍ଧିତ ସେବା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟ ସାସନ ସଚିବ । ଜୀବିକା ଅର୍ଜନ ଓ ନିଯୁକ୍ତି ସୃଷ୍ଟି ଭିତ୍ତତ୍ତି ପ୍ରକଳ୍ପକୁ ତ୍ୱରାନ୍ୱିତ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଉଦ୍ୟାନ କୃଷି, ପାନୀୟ ଜଳ ଯୋଗାଣ ଉପରେ ବି ସେ ଗୁରୁତ୍ୱ ଦେଇଛନ୍ତି । ଗ୍ରାମ୍ୟ ଗୃହ ନିର୍ମାଣ, ରାସ୍ତା ନିର୍ମାଣ ସହ ରାଜସ୍ୱ ବିଭାଗର ବିଭିନ୍ନ କାର୍ଯ୍ୟ ପାଇଁ ଅନଲାଇନ ବ୍ୟବସ୍ଥାକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ।

Comments are closed.