ଟିକାକରଣ ନେଇ ପୁଣି ଥରେ ସ୍ୱାସ୍ଥ୍ୟକର୍ମୀଙ୍କ ତାଲିକା ମାଗିଲା କେନ୍ଦ୍ର, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ହର୍ଷବର୍ଦ୍ଧନ

ଭୁବନେଶ୍ୱର – କୋଭିଡ ଟିକାକରଣ ପାଇଁ ପୁଣି ଥରେ ସ୍ୱାସ୍ଥ୍ୟକର୍ମୀଙ୍କ ତାଲିକା ମାଗିଛନ୍ତି କେନ୍ଦ୍ର ସରକାର । ଏ ବାବଦରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନ । କୌଣସି ସ୍ୱାସ୍ଥ୍ୟକର୍ମୀ ଯେପରି ଟିକାକରଣରୁ ବାଦ୍ନ ପଡନ୍ତି, ଏ ନେଇ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଛି । ବାଦ୍ ପଡିଥିବା ସ୍ୱାସ୍ଥ୍ୟକର୍ମୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ସବୁ ଜିଲ୍ଲାପାଳ ଓ ମହାନଗର କମିଶନରଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ । ୭ ଦିନ ମଧ୍ୟରେ ପୋର୍ଟାଲରେ ନାଁ ଅପଲୋଡ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏ ଯାଏଁ ୩, ୨୬, ୫୪୪ ସ୍ୱାସ୍ଥ୍ୟକର୍ମୀଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର ।

Comments are closed.