ଧାନ କିଣା ପ୍ରସଙ୍ଗରେ ବିଧାନସଭାରେ ଉତ୍ତର ରଖିଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର- ବିରୋଧୀଙ୍କ ହୋହଲ୍ଲା ମଧ୍ୟରେ ମଣ୍ଡି ଅବ୍ୟବସ୍ଥା ଅଭିଯୋଗ ପ୍ରସଙ୍ଗରେ ବିଧାନସଭାରେ ଉତ୍ତର ରଖିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ । ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ଯେ, ଚଳିତବର୍ଷ ରେକର୍ଡ ପରିମାଣର ଧାନ ସଂଗ୍ରହ ହୋଇଛି । ଚଳିତବର୍ଷ ୫୫ ଦଶମିକ ୦୩ ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଛି ।

ଗତବର୍ଷ ଅପେକ୍ଷା ଚଳିତବର୍ଷ ଏପର୍ଯ୍ୟନ୍ତ ୨୧ ପ୍ରତିଶତ ଅଧିକ ଧାନ ସଂଗ୍ରହ କରାଯାଇଛି । ମାର୍ଚ୍ଚ ୩୧ ଧାନକିଣାର ଶେଷ ତାରିଖ ରହିଥିବା ବେଳେ ଆଗକୁ ଆହୁରି ଧାନ କିଣାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଧାନ ସଂଗ୍ରହ କାର୍ଯ୍ୟ ମାର୍ଚ୍ଚ ୩୧ ତାରିଖ ଯାଏଁ ବୋଲି ଯୋଗାଣ ମନ୍ତ୍ରୀ ଗୃହରେ କହିଛନ୍ତି । ବ୍ୟକ୍ତିଗତ ଏଜେଣ୍ଡା ପାଇଁ ବିରୋଧୀ ଦଳ ସଦସ୍ୟମାନେ ଗୃହରେ ହୋହଲ୍ଲା କରୁଥିବା ମନ୍ତ୍ରୀ ଅଭିଯୋଗ କରିଛନ୍ତି ।

Comments are closed.