ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର – ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଅସିତ କୁମାର ତ୍ରିପାଠୀଙ୍କ ସ୍ଥାନ ଗ୍ରହଣ କରିଛନ୍ତି । ଗତକାଲି ଅସିତ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଥିଲେ । ଅସିତଙ୍କ ସ୍ଥାନରେ ସୁରେଶ ଚନ୍ଦ୍ର ମହାପାତ୍ର ନୂଆ ମୁଖ୍ୟ ଶାସନ ସଚିବ ହେବେ ବୋଲି ଗତମାସରେ ଘୋଷଣା କରିଥିଲେ ରାଜ୍ୟ ସରକାର । ବରିଷ୍ଠତା ଭିତ୍ତିରେ ମୁଖ୍ୟ ଉନ୍ନୟନ କମିଶନର ପଦରେ ଥିବା ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ମୁଖ୍ୟ ଶାସନ ସଚିବ ପଦରେ ନିଯୁକ୍ତି ଦିଆଯାଇଥିଲା । ୧୯୮୬ ବ୍ୟାଚର ଆଇଏଏସ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ପୂର୍ବରୁ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ପୁରୀ ଶ୍ରୀମନ୍ଦିର ପ୍ରଶାସକ ଭାବେ ବି ଦାୟିତ୍ୱ ତୁଲାଇଛନ୍ତି । ଅସିତ କୁମାର ତ୍ରିପାଠୀଙ୍କୁ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି ।

Comments are closed.