ନେତାଜୀ ଜୟନ୍ତୀକୁ ପରାକ୍ରମ ଦିବସ ଭାବେ ପାଳନ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟର ନିଷ୍ପତ୍ତି

ନୂଆଦିଲ୍ଲୀ- ଏବର୍ଷ ଠାରୁ ପ୍ରତିବର୍ଷ ଜାନୁଆରୀ ୨୩ ତାରିଖ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମତିଥିକୁ ପରାକ୍ରମ ଦିବସ ଭାବେ ପାଳନ କରାଯିବ । ଏ ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ନେତାଜୀଙ୍କ ଦେଶ ପ୍ରତି ନିଃସ୍ୱାର୍ଥପର ସେବା,ତ୍ୟାଗକୁ ମନେ ପକାଇବା ପାଇଁ ସବୁ ବର୍ଷ ତାଙ୍କ ଜନ୍ମତିଥିକୁ ପରାକ୍ରମ ଦିବସ ଭାବେ ପାଳନ କରାଯିବ ବୋଲି ମନ୍ତ୍ରାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି ।

ଏ ବର୍ଷ ଜାତୀୟ ଓ ଆନ୍ତର୍ଜାତିକ ସ୍ତରରେ ନେତାଜୀଙ୍କ ୧୨୫ତମ ଜୟନ୍ତୀ ପାଳନ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କମିଟି ଗଠନ କରାଯାଇଛି । ଏଥିରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବି ସଦସ୍ୟ ରହିଛନ୍ତି ।

Comments are closed.