ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଭୀର ଶୋକ ପ୍ରକାଶ 

 ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ବର: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ଡି.ପ୍ରକାଶ ରାଓଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକ ବର୍ଷାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ସ୍ବର୍ଗତଃ ରାଓ ତାଙ୍କର ଉତ୍ସର୍ଗୀକୃତ ସମାଜ ସେବା ବିଶେଷ କରି ଗରୀବ ଓ ଅବହେଳିତମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ ସ୍ମରଣୀୟ ହୋଇ ରହିବେ । ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

ପଦ୍ମଶ୍ରୀ ସ୍ବର୍ଗତଃ ଡି . ପ୍ରକାଶ ରାଓଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Comments are closed.