ପାଣିପାଗ ପୂର୍ବାନୁମାନ : ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟମ ଧରଣର ବର୍ଷା, ୧୧ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର – ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୩ ଦିନ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ୧୧ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ଆଶଙ୍କା ରହିଛି । ୧୧ଟି ଜିଲ୍ଲା ହେଲା –ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଧର, ଗଞ୍ଜାମ, ଢେଙ୍କାନାଳ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, କଟକ ଓ ଭଦ୍ରକ ।

Comments are closed.