ପିପିଲି ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ 

ଭୁବନେଶ୍ୱର – ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଥିବା ଅଜିତ ମଙ୍ଗରାଜ ଆଉ ନ।।ହାନ୍ତି । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ତାଙ୍କର ମୃତ୍ୟୁ ହୋଇଯାଇଛି । କୋଭିଡ-୧୯ ପଜିଟିଭ ଚିହ୍ନଟ ପରେ ସେ ଚିକିତ୍ସିତ ହେଉଥିଲେ । ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡି ଯାଇଥିଲା ।

ତାଙ୍କ ବିୟୋଗରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି । ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଅଜିତଙ୍କ ପରିବାରବର୍ଗଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ । ଅଜିତଙ୍କ ବିୟୋଗରେ ପିପିଲି ଉପନିର୍ବାଚନ ସ୍ଥଗିତ ହେବା ସମ୍ଭାବନା ରହିଛି ।

Comments are closed.