ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସର ବିଶ୍ୱକେଶନ

ପିପିଲି – ପିପିଲି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ଆଜି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ୧୦ ଜଣ ସମର୍ଥକଙ୍କ ସହ ଯାଇ ପୁରୀ ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । କୋରୋନାରେ ପ୍ରାଣ ହରାଇଥିବା ଅଜିତ ମଙ୍ଗରାଜଙ୍କ ସ୍ଥାନରେ ପିପିଲିରୁ କଂଗ୍ରେସର ନୂଆ ପ୍ରାର୍ଥୀ ହୋଇଛନ୍ତି ବିଶ୍ୱକେଶନ । ମଙ୍ଗରାଜଙ୍କ ମୃତ୍ୟୁ ପରେ ପିପିଲି ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ମତଦାନ ତାରିଖ ପରିବର୍ତ୍ତନ କରାଯାଇଛି । ଆସନ୍ତା ମାସ ୧୬ ତାରିଖରେ ଏହି ଆସନରେ ହେବ ମତଦାନ । ପୂର୍ବରୁ ଏପ୍ରିଲ ୧୭ ତାରିଖରେ ମତଦାନ ହେବାର ଥିଲା । କିନ୍ତୁ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ ଉପନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା । ଏହି ଆସନରେ ବିଜେଡି ପକ୍ଷରୁ ରୁଦ୍ର ପ୍ରତାପ ମହାରଥୀ ଓ ବିଜେପିର ଆଶ୍ରିତ ପଟ୍ଟନାୟକ ପ୍ରାର୍ଥୀ ହୋଇଛନ୍ତି । ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏହି ଆସନ ଖାଲି ପଡିଛି

Comments are closed.