ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଆଜି ଜନ୍ମତିଥି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଡକ୍ଟର ସଦାଶିବ ତ୍ରିପାଠୀଙ୍କ ଅସାଧାରଣ ଦେଶପ୍ରେମ, ରାଜ୍ୟର ପ୍ରଗତି ସହ ଲୋକଙ୍କ କଲ୍ୟାଣ ପାଇଁ ନିଷ୍ଠାପର ଉଦ୍ୟମ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।