ପ୍ରଦୀପ ପାଣିଗ୍ରାହୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲା: ହାଇକୋର୍ଟ ଆଦେଶ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ | News Room Odisha

ପ୍ରଦୀପ ପାଣିଗ୍ରାହୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲା: ହାଇକୋର୍ଟ ଆଦେଶ ଉପରେ ସୁପ୍ରିମକୋର୍ଟଙ୍କ ସ୍ଥଗିତାଦେଶ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଓଡ଼ିଶା ହାଇକୋର୍ଟ ଦେଇଥିବା ଆଦେଶ ଉପରେ ସୁପ୍ରିମକୋର୍ଟ ରୋକ୍ ଲଗାଇଛନ୍ତି । ଏହି ମାମଲାରେ ଭିଜିଲାନ୍ସ ତଦନ୍ତ ପାଇଁ ଲୋକୟୁକ୍ତ ନିର୍ଦ୍ଦେଶ ଦେଇଥିଲେ । ହେଲେ ଲୋକାୟୁକ୍ତଙ୍କ ଏହି ନିର୍ଦ୍ଦେଶକୁ ପ୍ରଦୀପ ପାଣିଗ୍ରାହୀ ହାଇକୋର୍ଟରେ ଚାଲେଞ୍ଜ୍ କରିଥିଲେ ।

ପାଣିଗ୍ରାହୀଙ୍କ ପିଟିସନର ଶୁଣାରି କରି ଫେବୃୟାରୀରେ ହାଇକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ଲୋକାୟୁକ୍ତ ଦେଇଥିବା ତଦନ୍ତ ନିର୍ଦ୍ଦେଶକୁ ରଦ୍ଦ କରିଥିଲେ । ହାଇକୋର୍ଟଙ୍କ ଏହି ରାୟକୁ ଓଡ଼ିଶା ଲୋକାୟୁକ୍ତ୍‌ଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଚାଲେଞ୍ଜ କରାଯାଇଥିଲା ।

ବିଚାରପତି ନବୀନ ସିହ୍ନା ଓ ଅଜୟ ରାସ୍ତୋଗୀଙ୍କ ଖଣ୍ଡପୀଠ ଓଡ଼ିଶା ଲୋକାୟୁକ୍ତଙ୍କ ଏହି ଆବେଦନ ଉପରେ ଶୁଣାଣି କରି ହାଇକୋର୍ଟ ଆଦେଶ ଉପରେ ରୋକ୍ ଲଗାଇବା ସହ ପ୍ରଦୀପ ପାଣିଗ୍ରାହୀଙ୍କୁ ବି ନୋଟିସ୍ ଜାରି କରିଛନ୍ତି ।