ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦୁର୍ନୀତି ମାମଲାର ତଦନ୍ତ ଦାୟିତ୍ୱ ଭିଜିଲାନ୍ସକୁ ଦେଲେ ଲୋକାୟୁକ୍ତ, ୨ ମାସରେ ରିପୋର୍ଟ

ଭୁବନେଶ୍ୱର- ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀହ୍‌କ ବିରୋଧରେ ରୁୁଜୁ ଦୁର୍ନୀତି ମାମଲାର ତଦନ୍ତ କରିବାକୁ ଭିଜିଲାନ୍ସକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ଲୋକାୟୁକ୍ତ । ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦୁୁର୍ନୀତି ଅଭିଯୋଗର ତଦନ୍ତ ପାଇଁ ଲୋକାୟୁକ୍ତଙ୍କୁ ଗତ ୭ ତାରିଖରେ ସୁପାରିସ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସୁୁପାରିସକୁ ଗ୍ରହଣ କରି ଲୋକାୟୁକ୍ତ ମାମଲାର ତଦନ୍ତ ଦାୟିତ୍ୱ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଦେଇଛନ୍ତି । ୨ ମାସ ମଧ୍ୟରେ ତଦନ୍ତ ଶେଷ କରି ରିପୋର୍ଟ ଦେବାକୁ କୁହାଯାଇଛି । ଆସନ୍ତା ଫେବ୍ରୁଆରୀ ୧୨ ତାରିଖରେ ମାମଲାର ପରବର୍ତୀ ଶୁଣାଣି ହେବ । ଗତ ୩ ତାରିଖରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରି କ୍ରାଇମବ୍ରାଂଚ କୋର୍ଟ ଚାଲାଣ କରିଥିଲା । ତାଙ୍କର ଜାମିନ ଆବେଦନ ଖାରଜ ହୋଇଯିବାରୁ ବିଚାର ବିଭାଗୀୟ ହାଜତରେ ଅଛନ୍ତି ।

Comments are closed.