ଫେବୃୟାରୀ ୧୩ରୁ କୋଭିଡ୍ ଟିକାର ଦ୍ୱିତୀୟ ଡୋଜ୍ ଦିଆଯିବ

ନୂଆଦିଲ୍ଲୀ – କୋଭିଡ୍ ବିରୋଧରେ ଭାରତରେ ଚାଲିଛି ବିଶ୍ୱର ସବୁଠୁ ବୃହତ ଟିକାକରଣ ଅଭିଯାନ । ଜାନୁୟାରୀ ୧୬ରୁ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଏଯାବତ୍ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକାର ପ୍ରଥମ ଡୋଜ୍ ଦିଆସରିଛି । ଫେବୃୟାରୀ ୧୩ରୁ ଦ୍ୱିତୀୟ ଡୋଜ୍ ଲଗାଯିବା ଆରମ୍ଭ ହେବ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଚିବ ରାଜେଶ ଭୂଷଣ ଏହି ସୂଚନା ଦେଇଛନ୍ତି ।

ଭାରତରେ ବର୍ତ୍ତମାନ ସେରମ ଇନଷ୍ଟିଚ୍ୟୁଟ ଦ୍ୱାରା ପ୍ରସ୍ତୁତ ଅକ୍ସଫୋର୍ଡ ଟିକା ‘କୋଭିସିଲ୍ଡ’ ଓ ଭାରତ ବାୟୋଟେକ୍‌ର ‘କୋଭାକ୍ସିନ’ ଟିକା ଦିଆଯାଉଛି । ପ୍ରଥମ ପର୍ଯ୍ୟାୟରେ ସବୁ ସରକାରୀ ଓ ଘରୋଇ ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ ଏବଂ ସମ୍ମୁଖଭାଗ କୋଭିଡ୍ ଯୋଦ୍ଧାଙ୍କୁ ଟିକା ଦିଆଯାଉଛି । ‘କୋଭିସିଲ୍ଡ’ ଓ ‘କୋଭାକ୍ସିନ’ର ପ୍ରଥମ ଡୋଜ୍ ନେବାର ୨୮ ଦିନ ପରେ ଦ୍ୱିତୀୟ ଡୋଜ୍ ନେବାକୁ ପଡିବ ।

Comments are closed.