ବଦଳିଲା ସ୍କୁଲ ସମୟ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହ ଯୋଗୁଁ ବିଦ୍ୟାଳୟଗୁଡ଼ିକର ସମୟରେ ପରିବର୍ତ୍ତନ କରାଯାଇଛି । ନବମ ଓ ଏକାଦଶ ଶ୍ରେଣୀ ପାଇଁ ବିଦ୍ୟାଳୟଗୁଡ଼ିକରେ ପୂର୍ବବତ ପୂର୍ବାହ୍ନ ୭ଟାରୁ ୯ଟା ପର୍ଯ୍ୟନ୍ତ ପାଠପଢ଼ା ହେବ । କିନ୍ତୁ ଦଶମ ଓ ଦ୍ଵାଦଶ ଶ୍ରେଣୀ ପାଇଁ ବିଦ୍ୟାଳୟଗୁଡ଼ିକରେ ସକାଳ ୯ଟାରୁ ଅପରାହ୍ନ ୧ଟା ପରିବର୍ତ୍ତେ ପୂର୍ବାହ୍ନ ୮ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଶିକ୍ଷାଦାନ କରାଯିବ ବୋଲି ବିଭାଗ ସୂତ୍ରରୁ ପ୍ରକାଶ ।

Comments are closed.