ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଅଧିସୂଚନା ଜାରି, ଆସନ୍ତା ୨୮ରେ ୭୧ ଆସନରେ ମତଦାନ

ନୂଆଦିଲ୍ଲୀ – ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୪୩ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଅକ୍ଟୋବର ୨୮ ତାରିଖ ଦିନ ୭୧ ଆସାମରେ ମତଦାନ ହେବ । ଅଧିସୂଚନା ଜାରି ସହିତ ନାମାଙ୍କନ ଦାଖଲ ପ୍ରକ୍ରିୟା ବି ଆରମ୍ଭ ହୋଇଛି । ନାମାଙ୍କନ ପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ଏହି ମାସ ୮ ତାରିଖ । ଅକ୍ଟୋବର ୯ ତାରିଖରେ ନାମାଙ୍କନ ପତ୍ର ଯାଂଚ କରାଯିବ । ୧୨ ତାରିଖ ହେଉଛି ପ୍ରାର୍ଥୀ ପତ୍ର ଦାଖଲର ଶେଷ ତାରିଖ ।

Comments are closed.