ଭକ୍ତକବି ମଧୁସୂଦନ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ଓଡିଆ ଭାଷା ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ତଥା ଛବିଳ ମଧୁ ବର୍ଣ୍ଣବୋଧର ପ୍ରଣେତା ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉତ୍କଳ ସାହିତ୍ୟ ସମାଜ ଜରିଆରେ ଓଡିଆ ଭାଷା ଓ ସାହିତ୍ୟର ପ୍ରଚାର ପ୍ରସାର ସହ ଜଣେ ଆଦର୍ଶ ଶିକ୍ଷକ,କବି ଓ ସମାଜ ସଂସ୍କାରକ ଭାବେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.