ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ହେଉଛି ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ, ଶିକ୍ଷା ଓ ସାହିତ୍ୟ ମାଧ୍ୟମରେ ସମାଜର ଉନ୍ନତି ସହ ଓଡିଶାର ପ୍ରଗତିରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ ।

Comments are closed.