ମାଟ୍ରିକ ପରୀକ୍ଷା ମୂଲ୍ୟାଙ୍କନ ପଦ୍ଧତି ଚୂଡାନ୍ତ, ନବମ ଓ ଦଶମ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ଆଧାରରେ ରେଜଲ୍ଟ

ଭୁବନେଶ୍ୱର- ଜୁନ ମାସ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ । ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏ ନେଇ ଗାଇଡଲାଇନ ଜାରି କରାଯାଇଛି । ଦଶମ ଶ୍ରେଣୀ ପରୀକ୍ଷା ମୂଲ୍ୟାଙ୍କନ ନେଇ ପଦ୍ଧତି ଚୂଡାନ୍ତ ହୋଇଛି । ନବମ ଓ ଦଶମ ଶ୍ରେଣୀ ପରୀକ୍ଷାର ମୂଲ୍ୟାଙ୍କନ ଆଧାରରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ କରାଯିବ । ନବମ ଶ୍ରେଣୀର ଷାଣ୍ମାସିକ ଓ ବାର୍ଷିକ ପରୀକ୍ଷା ଫଳକୁ ବିଚାରକୁ ନିଆଯିବ । ସେହିପରି ଦଶମ ଶ୍ରେଣୀର ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ଅଭ୍ୟାସ ପରୀକ୍ଷାର ଫଳକୁ ବିଚାରକୁ ନିଆଯିବ । ଦଶମ ଶ୍ରେଣୀର ୩ଟି ଅଭ୍ୟାସ ପରୀକ୍ଷାର ୨ଟି ସର୍ବୋଚ୍ଚ ମାର୍କକୁ ବିଚାରକୁ ନିଆଯିବ । ନବମ ଶ୍ରେଣୀର ସର୍ବୋଚ୍ଚ ମାର୍ତକ ୪୦ ପ୍ରତିଶତ ଗୁରୁତ୍ୱ ଦିଆଯିବ । ଯଦି ଦଶମ ଅଭ୍ୟାସ ପରୀକ୍ଷା ଦେଇ ନ ଥିଲେ, ନବମ ପରୀକ୍ଷା ଫଳକୁ ୧୦୦ ପ୍ରତିଶତ ଗୁରୁତ୍ୱ ଦିଆଯିବ ।

ଏ ବର୍ଷ ୧୦୦ ଦିନର କ୍ଲାସ ପରେ ବୋର୍ଡ ପକ୍ଷରୁ ମାଟ୍ରିକ ପରୀକ୍ଷା କରିବାକୁ ଲକ୍ଷ୍ୟ ରଖାଯାଇଥିଲା । କିନ୍ତୁ ଶେଷ ପର୍ଯ୍ୟାୟରେ କୋରୋନାର ଦ୍ୱିତୀୟ ଲହର ଯୋଗୁଁ ମାଟ୍ରିକ ପରୀକ୍ଷାକୁ ବାତିଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ ।

Comments are closed.