ମେ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର- ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି । ମେ ୧୮ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ଜୁନ ୧୨ ତାରିଖରେ ଶେଷ ହେବ । ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ମେ ୨୮ରୁ ଆରମ୍ଭ ହେବ । ଏଥର ପ୍ରଥମେ ବିଜ୍ଞାନର ଫିଜିକ୍ସ ପରୀକ୍ଷା ଆରମ୍ଭ ହେବ । ଉଚ୍ଚଶିକ୍ଷା ପରିଷଦ ପକ୍ଷରୁ ତାରିଖ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥର ପ୍ରାୟ ୪ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

Comments are closed.