ରାଜ୍ୟପାଳଙ୍କୁ ବାଣିଜ୍ୟମେଳା ଫଟୋ ଆଲ୍‌ବମ୍‌ ପ୍ରଦାନ କଲେ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ବର: ଆଜି ମାନ୍ୟବର ରାଜ୍ୟପାଳ ରଘୁବାର ଦାସଙ୍କୁ ଭେଟି ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ ସରୋଜ କୁମାର ସାମଲ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍‌ର ଫଟୋସମ୍ବଳିତ ଏକ ଆଲ୍‌ବମ୍‌ ପ୍ରଦାନ କରିଛନ୍ତି ।

ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍‌ ସ୍ଵର୍ଣ୍ଣ ପଦକ ହାସଲ କରିବାର ଗୌରବ ଅର୍ଜନ କରିଛି । ନୂଆଦିଲ୍ଲୀର ପ୍ରଗତି ମଇଦାନରେ ନଭେମ୍ବର ୧୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ମେଳାରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଷ୍ଟଲରେ ରାଜ୍ୟର କଳାକାର, ବୁଣାକାର, ଶିଳ୍ପୀ ଏବଂ କାରିଗରଙ୍କ ଦ୍ଵାରା ନିର୍ମିତ ସାମଗ୍ରୀର ବିପଣନ ଓ ପ୍ରଦର୍ଶନ ହୋଇଥୁଲା ।

ମେଳାରେ ରାଜ୍ୟର ପ୍ରଗତିର ଚିତ୍ର ସହ ନାରୀ ସଶକ୍ତିକରଣର ଝଲକ ମଧ୍ଯ ଦେଖ୍‌ବାକୁ ମିଳିଥ୍‌ଲା । ବାଣିଜ୍ୟ ମେଳାରେ ବିଭିନ୍ନ ପ୍ରଦର୍ଶନ, ଅତିଥି ପରିଚର୍ଯ୍ୟା, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ, ରାଜ୍ୟ ଦିବସ ସମାବେଶ ଓ ଅନ୍ୟାନ୍ୟ ଘଟଣାବଳୀ ସମ୍ବଳିତ ଫଟୋଚିତ୍ର ରହିଥୁବା ଆଲ୍‌ବମ୍‌ ମାନ୍ୟବର ରାଜ୍ୟପାଳଙ୍କୁ ନିର୍ଦ୍ଦେଶକ ସାମଲ ପ୍ରଦାନ କରିଥ୍‌ଲେ ।

ସାମଲ ଆଲ୍‌ବମ୍‌ ପ୍ରଦାନ କରିବା ସମୟରେ ଆନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଓଡ଼ିଶା ପାଭିଲିୟନ୍‌ ସଂପର୍କରେ ବିଶଦ ଭାବେ ସୂଚନା ଦେଇଥୁଲେ ।

Comments are closed.