ରାଜ୍ୟପାଳଙ୍କ ଅଭିଭାଷଣ ସହ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ

ଭୁବନେଶ୍ୱର- ରାଜ୍ୟପାଳଙ୍କ ଅଭିଭାଷଣ ସହ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି । ନିଜ ଅଭିଭାଷଣରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ସହିଦ ଯବାନ ଓ କୋରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

କୋରୋନା ନିୟନ୍ତ୍ରଣରେ ରାଜ୍ୟର ଭୂମିକା ଦେଶରେ ପ୍ରଶଂସନୀୟ ବୋଲି ସେ ଅଭିଭାଷଣରେ କହିଛନ୍ତି । ଜନସ୍ୱାସ୍ଥ୍ୟ ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଇଥିବା ସେ କହିଛନ୍ତି । ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା ।

Comments are closed.