ରାଜ୍ୟରେ ଆଉ ୩୫୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୫୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୩ ଓ ସ୍ଥାନୀୟ ଅଂଚଳରୁ ୧୪୮ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୨, ସୁନ୍ଦରଗଡରୁ ୪୭, ଅନୁଗୁଳରୁ ୪୧, କଟକରୁ ୨୭, ସମ୍ବଲପୁରରୁ ୨୬, ନୂଆପଡାରୁ ୨୧, ମୟୂରଭଞ୍ଜରୁ ୧୭, ବାଲେଶ୍ୱରରୁ ୧୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ୩ ଓ ଗଞ୍ଜାମ ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୫ ହଜାର ୧୪୭କୁ ବୃଦ୍ଧି ପାଇଛି । ୩ ଲକ୍ଷ ୨୦ ହଜାର ୨୦୮ ଜଣ ସୁସ୍ଥ ହୋଇସାରିଲେଣି । ୩ ହଜାର ୬୧ ଜଣ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

Comments are closed.