ରାଜ୍ୟରେ ୧୦ ହଜାର ୯୮୨ ନୂଆ କୋରୋନା ଆକ୍ରାନ୍ତ, ୧୭ ମୃତ

ଭୁବନେଶ୍ୱର- ରାଜ୍ୟରେ ୧୦ ହଜାର ୯୮୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୫୩୯ ଓ ସୁନ୍ଦରଗଡରୁ ୯୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକ ଜିଲ୍ଲାରୁ ୮୮୫, ଅନୁଗୁଳରୁ ୫୩୯, ସମ୍ବଲପୁରରୁ ୪୫୪, ବରଗଡରୁ ୪୩୧, ବଲାଙ୍ଗୀରରୁ ୪୨୬, ପୁରୀରୁ ୩୯୮, ଝାରସୁଗୁଡାରୁ ୩୮୦, ନୂଆପଡାରୁ ୩୭୮, କଳାହାଣ୍ଡିରୁ ୩୭୦, ଯାଜପୁରରୁ ୩୪୯, ନବରଙ୍ଗପୁରରୁ ୩୩୫, ବାଲେଶ୍ୱରରୁ ୩୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟ ଜିଲ୍ଲାମାନଙ୍କ ମଧ୍ୟରେ କେନ୍ଦୁଝରରୁ ୨୫୩, ମୟୂରଭଞ୍ଜରୁ ୨୩୯, ଜଗତସିଂହପୁରରୁ ୨୩୨, ଭଦ୍ରକରୁ ୨୩୧, ସୁବର୍ଣ୍ଣପୁରରୁ ୨୧୫ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କୋରାପୁଟରୁ ୧୯୫, ନୟାଗଡରୁ ୧୯୨, ଢେଙ୍କାନାଳରୁ ୧୮୯, ବୌଦ୍ଧରୁ ୧୮୦, ଗଞ୍ଜାମରୁ ୧୭୭, କେନ୍ଦ୍ରାପଡାରୁ ୧୪୧, କନ୍ଧମାଳରୁ ୧୩୪, ଦେବଗଡରୁ ୧୨୭, ଗଜପତିରୁ ୧୧୧ ଓ ମାଲକାନଗିରରୁ ୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଆଉ ୧୭ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ଏଥିସହ ରାଜ୍ୟରେ ମୋଟ କୋରୋନା ମୃତ୍ୟୁ ସଂଖ୍ୟା ୨ ହଜାର ୨୩୭କୁ ବୃଦ୍ଧି ପାଇଛି ।

Comments are closed.