ରାଜ୍ୟରେ ୧୫୦ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଆଉ ୧୫୦ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧ କେନ୍ଦ୍ରରୁ ୮୯ ଓ ସ୍ଥାନୀୟ ଅଂଚଳରୁ ୬୧ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏ ଯାଏଁ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୩ ଶହକୁ ବୃଦ୍ଧି ପାଇଥିବା ବେଳେ ୩ ଲକ୍ଷ ୩୦ ହଜାର ୯୬୨ ସୁସ୍ଥ ହୋଇସାରିଲେଣି । ଏବେ ବି ୧ ହଜାର ୩୮୦ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

ଗତ ୨୪ ଘଂଟାରେ ବରଗଡ ଜିଲ୍ଲାରୁ ୧୮, କଟକ ଜିଲ୍ଲାରୁ ୧୫, ପୁରୀରୁ ୧୦, ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୪ ଓ ଗଞ୍ଜାମରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Comments are closed.