ରାଜ୍ୟରେ ୩୧୯ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୭୨

ଭୁବନେଶ୍ୱର – ରାଜ୍ୟରେ ନୂୂଆ ୩୧୯ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଂଟା ମଧ୍ୟରେ ସଂଗରୋଧରୁ ୧୮୪ ଓ ସ୍ଥାନୀୟ ଅଂଚଳରୁ ୧୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୭୨, ଅନୁଗୁଳ ଜିଲ୍ଲାରୁ ୩୫, ପୁରୀରୁ ୨୪, ଖୋର୍ଦ୍ଧାରୁ ୨୩, ସମ୍ବଲପୁରରୁ ୧୯, ମୟୂରଭଂଜରୁ ୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୧୫କୁ ବୃଦ୍ଧି ପାଇଛି । ୩ ଲକ୍ଷ ୨୧ ହଜାର ୯୫୬ ଜଣ ସୁସ୍ଥ ହୋଇଛନ୍ତି । ୩ ହଜାର ୬୩ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

Comments are closed.