ରାଜ୍ୟରେ ୩ ହଜାର ୧୪୪ ନୂଆ କୋରୋନା ସଂକ୍ରମିତ ଚିହ୍ନଟ, ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୫୬୨

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଂଟାମଧ୍ୟରେ ୩ ହଜାର ୧୪୪ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧ ହଜାର ୮୨୫ ଓ ସ୍ଥାନୀୟ ଅଂଚଳରୁ ୧ ହଜାର ୩୧୯ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୫୬୨, କଟକରୁ ୨୪୩, ପୁରୀରୁ ୧୨୨ ଚିହ୍ନଟ ହୋଇଛନ୍ତି । ଅନୁଗୁଳ ଜିଲ୍ଲାରୁ ୧୨୮, ବରଗଡରୁ ୯୪, ଭଦ୍ରକରୁ ୧୦୧, ଯାଜପୁରରୁ ୧୦୧, କଳାହାଣ୍ଡିରୁ ୧୨୪, କନ୍ଧମାଳରୁ ୧୧୬, ମୟୂରଭଂଜରୁ ୧୧୫, ନବରଗପୁରରୁ ୧୦୭, ନୂଆପଡାରୁ ୧୧୪, ସମ୍ବଲପୁରରୁ ୧୩୬ ଓ ସୁନ୍ଦରଗଡ ଜିଲ୍ଲାରୁ ୧୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୮ ନୂଆ ଆକ୍ରାନ୍ତ ।

ରାଜ୍ୟରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା ୨ ଲକ୍ଷ ୪୪ ହଜାର ୧୪୨କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ ୨ ଲକ୍ଷ ୧୩ ହଜାର ୬୭୨ ଜଣ ସୁସ୍ଥ ହୋଇସାରିଲେଣି । ସକ୍ରିୟ ମାମଲା ସଂଖ୍ୟା ଏବେ ୨୯ ହଜାର ୪୪୩ ରହିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୧୬ କୋରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

Comments are closed.