ରାଜ୍ୟରେ ୪୦୭ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ | News Room Odisha

ରାଜ୍ୟରେ ୪୦୭ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଦୈନିକ କୋରୋନା ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୦୭ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୬୨, ଅନୁୁଗୁଳରୁ ୬୦, ଖୋର୍ଦ୍ଧାରୁ ୪୬, ସମ୍ବଲପୁରରୁ ୨୬, କଟକରୁ ୨୫, ମୟୂରଭଞ୍ଜ ଜିଲ୍ଲାରୁ ୨୪, ବଲାଙ୍ଗିରରୁ ୨୦, ପୁରୀରୁ ୧୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ୪୦୭ ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୩୬ ଓ ସ୍ଥାନୀୟ ଅଂଚଳରୁ ୧୭୧ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୪ ହଜାର ୭୯୬କୁ ବୃଦ୍ଧି ପାଇଥିବା ବେଳେ ୩ ଲକ୍ଷ ୧୯ ହଜାର ୮୫୦ ସୁସ୍ଥ ହୋଇଛନ୍ତି । ୩ ହଜାର ୭୩ ରୋଗୀ ଚିକିତ୍ସାଧୀନ ଅଛନ୍ତି ।

COVID-19