ରାଜ୍ୟରେ ୬ ହଜାର ୯୯୮ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯, କଟକରୁ ୫୧୭ | News Room Odisha

ରାଜ୍ୟରେ ୬ ହଜାର ୯୯୮ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯, କଟକରୁ ୫୧୭

ଭୁବନେଶ୍ୱର- ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ହଜାର ୯୯୮ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୪ ହଜାର ୫୪ ଓ ସ୍ଥାନୀୟ ଅଞ୍ଚଳରୁ ୨ ହଜାର ୯୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୫୧୭, ସୁନ୍ଦରଗଡରୁ ୪୭୪, ନୂଆପଡାରୁ ୪୨୦, ଝାରସୁଗୁଡାରୁ ୩୯୬, ବରଗଡରୁ ୩୩୦, ଅନୁଗୁଳରୁ ୩୨୫, ସମ୍ବଲପୁରରୁ ୩୨୩, ମୟୂରଭଞ୍ଜରୁ ୩୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟ ଜିଲ୍ଲାମାନଙ୍କ ମଧ୍ୟରେ ପୁରୀରୁ କଳାହାଣ୍ଡିରୁ ୨୯୨, ପୁରୀରୁ ୨୮୮, ନବରଙ୍ଗପୁରରୁ ୨୫୫, ବଲାଙ୍ଗୀରରୁ ୨୩୬, ଯାଜପୁରରୁ ୨୨୬, ରାୟଗଡାରୁ ୧୮୧, କେନ୍ଦୁଝରରୁ ୧୬୦, ସୋନପୁରରୁ ୧୩୧, ଗଞ୍ଜାମରୁ ୧୨୮, ନୟାଗଡରୁ ୧୨୧,ଗଜପତିରୁ ୧୨୧, ଜଗତସିଂହପୁରରୁ ୧୦୪, ଭଦ୍ରକରୁ ୯୧ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୩୫ ହଜାର ୫୧୩କୁ ବୃଦ୍ଧି ପାଇଥିବା ବେଳେ ୩ ଲକ୍ଷ ୭୫ ହଜାର ୭୨୧ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ମାମଲା ୫୭ ହଜାର ୭୧୦ ରହିଛି ।