ଲଘୁଚାପ ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳ ବର୍ଷିବ, ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଆସନ୍ତା ୯ରେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର- ଲଘୁଚାପ ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷିବ । ଆସନ୍ତା ୨୪ ଘଂଟାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ ଜାରି କରିଛି ପାଣିପାଗ ବିଭାଗ । ୧୬ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଂଜାମ, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, ଢେଙ୍କାନାଳ, ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର ଓ ଭଦ୍ରକକୁ ଜାରି କରାଯାଇଛି ୟେଲୋ ୱାର୍ଣ୍ଣିଂ । ଏଣେ ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଦେଖାଦେଇଛି । ଉତର ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ।

Comments are closed.