ଶପଥ ନେଲେ ଓଡିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଏସ. ମୁରଲୀଧର ଆଜି ଶପଥ ଗ୍ରହଣ କରିଛନ୍ତି । ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜଷ୍ଟିସ ମୁରଲୀଧରଙ୍କୁ ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ଉତ୍ସବରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଡିଜିପି ଅଭୟ, ଗୃହ ବିଭାଗ ସଚିବ,ହାଇକୋର୍ଟର ବରିଷ୍ଠ ବିଚାରପତିମାନେ ଉପସ୍ଥିତ ଥିଲେ । ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ଉପସ୍ଥିତ ରହିଥିଲେ । ପୂର୍ବରୁ ଜଷ୍ଟିସ ଏସ. ମୁରଲୀଧର ପଞ୍ଜାବ ଓ ହରିୟାଣା ହାଇକୋର୍ଟରେ ଅବସ୍ଥାପିତ ଥିଲେ ।

Comments are closed.