ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହେଲା ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର- ବାରିପଦା ସ୍ଥିତ ଉତ୍ତର ଓଡିଶା ବିଶ୍ୱବିଦ୍ୟାଳୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ନାମିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଘୋଷଣା କରିଥିବା ସୂଚନା ଦେଇଛନ୍ତି ବିଜେଡି ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ । ଦୁଇ ଦିନ ତଳେ ବିଜେଡିକର ରାଜ୍ୟ ପରିଷଦ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲ୍ଲାରୁ ଆସିଥିବା ଏ ସଂପର୍କିତ ପ୍ରସ୍ତାବକୁ ସ୍ୱାଗତ କରିବା ସହ ଅନୁମୋଦନ କରିଥିଲେ । 

Comments are closed.