ସଂଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଯେ, ସ୍ୱତନ୍ତ୍ର ସଂଗୀତ ସଂଯୋଜନା ଶୈଳୀ ମାଧ୍ୟମରେ ଚିଲିକା ତୀରେ, ଅଗ୍ନି ପରୀକ୍ଷା ଓ ମେଘମୁକ୍ତି ଆଦି ଚଳଚ୍ଚିତ୍ରରେ ସେ ଛାଡିଯାଇଥିବା ଛାପ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି । ଶାନ୍ତନୁଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.