ସମାଜସେବୀ ପାର୍ବତୀ ଗିରି ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ସମାଜସେବୀ ପାର୍ବତୀ ଗିରିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଦେଶସେବା ସହ ମହିଳା, ଶିଶୁ, ନିରାଶ୍ରୟ ଓ ଅସହାୟଙ୍କ କଲ୍ୟାଣ ଦିଗରେ ତାଙ୍କ ଜୀବନବ୍ୟାପୀ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.