ସମାଜସେବୀ ଲଳିତ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର- ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ ନାୟକଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କ କଲ୍ୟାଣ ସହ ରକ୍ତଦାନ କ୍ଷେତ୍ରରେ ତାଙ୍କ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ ଶୋକ ବାର୍ତ୍ତାରେ କହିଛନ୍ତି । ସ୍ୱର୍ଗତଃ ନାୟକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ ତାଙ୍କ ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.