ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଆଜି ଭାରତ ବନ୍ଦ, ଓଡିଶା ବ୍ୟବସାୟୀ ମହାସଂଘର ସମର୍ଥନ

ଭୁବନେଶ୍ୱର- ସର୍ବଭାରତୀୟ ବ୍ୟବସାୟୀ ମହାସଂଘ ପକ୍ଷରୁ ଆଜି ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ଏହି ବନ୍ଦକୁ ଓଡିଶା ବ୍ୟବସାୟୀ ମହାସଂଘ ମଧ୍ୟ ସମର୍ଥନ କରୁଛି । ଭାରତ ବନ୍ଦ ଡାକରାରେ ରାଜ୍ୟରେ କେବଳ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର ବନ୍ଦ ରହିବ । ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଖୋଲା ରହିବ । ଯାନବାହନ ଚଳାଚଳ ମଧ୍ୟ ସ୍ୱାଭାବିକ ରହିବ । ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ ପାଇଁ ଓଡିଶା ବ୍ୟବସାୟୀ ମହାସଂଘ ଆହ୍ୱାନ ଦେଇଛି ।

ଜିଏସଟି ସରଳୀକରଣ, ଇ-କମର୍ସ ବ୍ୟବସାୟୀଙ୍କ ବିସ୍ତାରବାଦୀ ନୀତି ଉପରେ ସରକାରୀ ନିୟନ୍ତ୍ରଣ ଓ ଖାଦ୍ୟ ନିରାପତ୍ତାମାନ -ଏଫଏସଏସଆଇ ଆଇନରେ ଥିବା କଠୋର ଜରିମାନା ବ୍ୟବସ୍ଥା ଉଚ୍ଛେଦ ଦାବିରେ ଭାରତ ବନ୍ଦ ଡାକରା ଦିଆଯାଇଛି ।

Comments are closed.